କନକ ବ୍ୟୁରୋ : ଭୁବନେଶ୍ବରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି । ରାଜ୍ୟରେ ସଂଗଠିତ ଅପରାଧକୁ ଦମନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ବ୍ୟକ୍ତି ଯେତେ ବି ପ୍ରଭାବଶାଳୀ କିମ୍ବା ଶକ୍ତିଶାଳୀ ହୁଅନ୍ତୁ, ଗିରଫ କରାଯିବ, କଠୋର ଦଣ୍ଡ ଦିଆଯିବ ।
ମହିଳାଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳାଙ୍କ ସୁରକ୍ଷା ପାଇଁ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରାଯାଉଛି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କ ସ୍ଥାନ ଜେଲରେ ନୁହେଁ ସମାଜରେ ବି ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ଓଡ଼ିଶା ଆଗାମୀ ଦିନରେ ଫାର୍ମା ହବ୍ ବୋଲି ଗାନ୍ଧୀମାର୍ଗରୁ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆଜିର ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ, ଆମର ପୁଲିସ ଏବଂ ସୈନ୍ୟ ବାହିନୀ, ଯେଉଁମାନଙ୍କ ହାତରେ ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଗୁରୁ ଦାୟିତ୍ଵ ଅର୍ପିତ ଅଛି । ଦଳମତ ନିର୍ବିଶେଷରେ ସେମାନଙ୍କୁ ସମ୍ମାନ ଜଣାଇବା ଏବଂ ତାଙ୍କୁ ନେଇ ଗର୍ବ କରିବା ଆମ ସମସ୍ତଙ୍କର ଦାୟିତ୍ଵ । ତେଣୁ, ଆମ ସରକାର ରାଜ୍ୟରେ ଡ୍ୟୁଟି ସମୟରେ ପ୍ରାଣବଳି ଦେଇଥିବା ପୁଲିସ କର୍ମଚାରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ପୁଲିସ ମେମୋରିଆଲ ନିର୍ମାଣ କରିବେ, ଯାହା ତାଙ୍କ ତ୍ୟାଗ ଓ ବଳିଦାନ ପାଇଁ ହେବ ଶ୍ରେଷ୍ଠ ନିଦର୍ଶନ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/08/15/hfgf-2025-08-15-11-25-22.jpg)