କନକ ବ୍ୟୁରୋ : କଟକ ସହର ଆଉଟର ରିଙ୍ଗ୍ରୋଡ୍ ନିର୍ମାଣ କରିବା ନେଇ ଯୋଜନା । ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକରେ ରିଙ୍ଗ୍ରୋଡ୍ ନିର୍ମାଣ ନେଇ ସରକାର ଯୋଜନା କରିଛନ୍ତି । ଏଥିସହ କଟକ-ସମ୍ବଲପୁର ଜାତୀୟ ରାଜପଥ-୫୫ କୁ ୬ ଲେନ୍ କରିବା ନେଇ ସର୍ଭେ ହେବ । ସବୁ ରାଜ୍ୟ ରାଜପଥକୁ ୪ ଲେନ୍ କରିବା ପାଇଁ ତ୍ଵରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ : ୪ ବର୍ଷ ବିତିଲା ଆଉ କେତେ ଅପେକ୍ଷା; ସରୁନି କଟକ ଚଣ୍ଡୀ ମନ୍ଦିର ଉନ୍ନତୀକରଣ
ପୂର୍ତ୍ତ ବିଭାଗର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପ୍ରସ୍ତାବିତ ସବୁ ନିର୍ମାଣ ପ୍ରକଳ୍ପର ନିର୍ମାଣ-ପୂର୍ବ କାର୍ୟ୍ୟକଳାପ ଏବଂ ଆନୁଷଙ୍ଗିକ ପ୍ରକ୍ରିୟା ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରି ମନ୍ତ୍ରୀ କହିଛନ୍ତି, କେବଳ ବଡ଼ ବଡ଼ ସହରର ଉନ୍ନୟନ ଦ୍ୱାରା ରାଜ୍ୟର ସାମଗ୍ରିକ ବିକାଶ ହୋଇପାରିବ ନାହିଁ । ଏଥିପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରତି ସହରକୁ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ିକରଣ କରିବାକୁ ପଡ଼ିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/10/cuttack-2026-02-10-07-21-11.jpeg)