ଲଘୁଚାପରେ ପରିଣତ ହେଲା ସମୁଦ୍ରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ

ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କଲେଣି, ଏହା ବାତ୍ୟା ରୂପ ନେଇପାରେ ।  ଓଡ଼ିଶାକୁ ବି ରହିଛି ବିପଦ। ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇଛି ଲଘୁଚାପର ରୂପ ।

Cyclone expected

କନକ ବ୍ୟୁରୋ : ବାତ୍ୟା ମୋନ୍ଥା ଯନ୍ତ୍ରଣା ମନରୁ ଯାଇନି, ଆଉ ଏକ ବାତ୍ୟା ଡରାଇଲାଣି । ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଆଗକୁ ବଢ଼ିବା ଆରମ୍ଭ କରିଛି । ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କଲେଣି, ଏହା ବାତ୍ୟା ରୂପ ନେଇପାରେ ।  ଓଡ଼ିଶାକୁ ବି ରହିଛି ବିପଦ। ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇଛି ଲଘୁଚାପର ରୂପ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟାରେ ଗଭୀର ଅବପାତ ରୂପ ନେଇପାରେ । ସମୁଦ୍ର ଭିତରେ ବଳ ଗୋଟାଇ ଏହା ଧୀରେ ଶକ୍ତିଶାଳୀହେବ ଓ ୨୬ରେ ବାତ୍ୟାରେ ପରିଣତ ହୋଇପାରେ । 

ବାତ୍ୟାର ଗତିପଥ, ତୀବ୍ରତା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନି । କିନ୍ତୁ ଏହାର ପ୍ରଭାବରେ ଆଣ୍ଡାମାନ, ନିକୋବର ଦୀପପୁଞ୍ଜରେ ବର୍ଷା ଆରମ୍ଭ ହୋଇଗଲାଣି । ୨୭ ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ଼ ବର୍ଷା ଭୟ ରହିଛି ।

ଅଧିକ ପଢ଼ନ୍ତୁ--୨୪ ଘଣ୍ଟାର ସଂଘର୍ଷ ପରେ ଆଖି ବୁଜିଲା ମାକେନା ହାତୀ

ଏବେଠାରୁ ଏ ସଂକ୍ରାନ୍ତରେ ସତର୍କ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ଏଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଧାନ ଅମଳ ସମୟ ହୋଇଥିବାରୁ ଅଦିନିଆ ବର୍ଷାକୁ ନେଇ ଚାଷୀଙ୍କୁ ଚିନ୍ତା ଘାରିଛି । ପାଚିଲା ଧାନ ନଷ୍ଟ ହେବାର ଆଶଙ୍କା ଥିବାରୁ ତରତର ହୋଇ ଜମିରୁ ଧାନ କାଟି ନେଉଛନ୍ତି ଚାଷୀ । ସେହିପରି ମଣ୍ଡି ଖୋଲି ନଥିବାରୁ ଅମଳ ଧାନକୁ ନେଇ ବି ଚିନ୍ତାରେ ପଡ଼ିଛନ୍ତି ଚାଷୀ ।

  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe