ପାରାଦୀପ ଠାରୁ ୨୧୦ କିଲୋମିଟର ; ପାଖେଇ ଆସୁଛି ଭୀଷଣ ବାତ୍ୟା 'ଦାନା'

ପାଖେଇ ଆସୁଛି ଭୀଷଣ ବାତ୍ୟା 'ଦାନା' । ପାରାଦୀପ ଠାରୁ ୨୧୦ କିଲୋମିଟର, ଧାମରା ଠାରୁ ୨୪୦କିଲୋମିଟର ଦୂରରେ ଅବସ୍ଥିତ । ଆଜି ମଧ୍ୟରାତ୍ରିରେ ଭିତରକନିକା-ଧାମରା ମଧ୍ୟରେ କରିପାରେ ଲ୍ୟାଣ୍ଡଫଲ ।

paradeep

କନକ ବ୍ୟୁରୋ: ମାଡ଼ି ଆସୁଛି ଭୀଷଣ ବାତ୍ୟା, ଆଜି ରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଦାନା’ । ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶା ଉପକୂଳ ମୁହାଁ ହୋଇଛି ବାତ୍ୟା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା‌ପ୍ରତି ୧୨ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଦାନା । ବାତ୍ୟା କେଉଁଠି ମାଡ଼ ହେବ ସେନେଇ ଭା‌ରତୀୟ ପାଣିପାଗ ବିଭାଗ ଚିତ୍ର ସ୍ପଷ୍ଟ କରିଛି। କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଭୀଷଣ ବାତ୍ୟା ରୂପରେ 'ଦାନା' ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ । 'ଦାନା' ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। 

ଭୀଷଣ ରୂପରେ ଆସୁଥିବା 'ଦାନା' ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ପଡ଼ିବ। ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe