ପୁରୀ -ସାଗରଦ୍ୱୀପ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’; IMD ର ସୂଚନା

ବାତ୍ୟା ‘ଦାନା’କୁ ନେଇ ବଡ ଖବର । ପୁରୀ ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

14LF

କନକ ବ୍ୟୁରୋ: ବାତ୍ୟା ‘ଦାନା’କୁ ନେଇ ବଡ ଖବର । ପୁରୀ ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତିବେଶିରେ ୧୨୦ କିଲୋମିଟର ଛୁଇାଁପରେୀ ପବନର ଗତି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ । ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe