କନକ ବ୍ୟୁରୋ : ଅକ୍ଟୋବରରେ ପୁଣି ଓଡ଼ିଶାକୁ ବାତ୍ୟା ଭୟ । କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ଏହାର ପ୍ରଭାବରେ ୨୧ ତାରିଖରୁ ସମୁଦ୍ର ଅଶାନ୍ତ ହୋଇପଡିବ । ତେଣୁ ସମୁଦ୍ର ଭିତରକୁ ଯିବା ନେଇ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ୨୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୨୩ ତାରିଖରେ ପ୍ରବଳ ବର୍ଷା ହେବ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା  ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଲଘୁଚାପର ରୂପ ନେବା ପରେ  ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ।