କନକ ବ୍ୟୁରୋ : ଚାଷୀଙ୍କୁ ଆତଙ୍କିତ କରୁଛ ସମ୍ଭାବ୍ୟ ବାତ୍ୟା । ତରବରିଆ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ । ବିଶେଷ କରି ମାଲକାନଗିରି ଜିଲ୍ଲାରେ ଆଗାମି ୩ ଦିନ ଧରି ରେଡ ଆଲର୍ଟ ଜାରି ହୋଇ ଥିବାରୁ ଲୋକେ ଆତଙ୍କିତ ହୋଇ ପାଚିଲା-ଅପାଚିଲା ଧାନ ସବୁ କାଟି ନେଉଛନ୍ତି । ଧାନ କଟା ମେସିନ ପାଇବା ଲାଗି ଚାଷୀଙ୍କ ଧାଡି ଲାଗିଛି । ମାଲକାନଗିରି ଏମଭି ୪୩ ଗାଁରେ ଦିନ ରାତି ଧାନ କଟା ଜାରି ରଖିଛନ୍ତି ଚାଷୀ ।

Advertisment

ସେପଟେ ବାତ୍ୟାକୁ ନେଇ ସଜାଗ ମତ୍ସ୍ୟଜୀବୀ । ଚିଲିକାରୁ ମତ୍ସ୍ୟଜୀବୀମାନେ ଡଙ୍ଗା, ଜାଲ ମେସିନକୁ  ସୁରକ୍ଷିତ ସ୍ଥାନକୁ ନେଇ ଆସୁଛନ୍ତି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସହ ସହ ମତ୍ସ୍ୟଜୀବୀ ଚିଲିକାରେ ମାଛ ଧରିବା ଛାଡ଼ି ଉଚ୍ଚ ସ୍ଥାନକୁ ଚାଲି ଆସିଛନ୍ତି । ପୂର୍ବ ବାତ୍ୟାରେ ଚିଲିକାରେ ମତ୍ସଜୀବୀମାନଙ୍କ ଡଙ୍ଗା ଜାଲ ସମସ୍ତ ସାମଗ୍ରୀ ସେମାନଙ୍କର କ୍ଷତି ହୋଇଥିଲା ଯାହା ଆଜି ପର୍ଯ୍ୟନ୍ତ କ୍ଷତି ପୂରଣ ମିଳି ପାରିନାହିଁ  । ପୁଣି ଆଉ ଏକ ବତ୍ୟା ଖବର ସୁଣି ସେମାନଙ୍କ ମନରେ ଛନକା ପସି ଯାଇଛି । 

Fisher man
Fisher man Photograph: (Kanak News)

ଅଧିକ ପଢ଼ନ୍ତୁ--ବିକାଶ ଏଠି ବାଟବଣା; ଆଧାର କାର୍ଡ ଯୋଗୁଁ ମିଳୁନି ସରକାରୀ ସୁବିଧା

ବଙ୍ଗୋପସାଗରରେ ଗଭୀର ଅବପାତ । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ । ସମୁଦ୍ର ଭିତର ବଳ ଗୋଟାଇ ସ୍ଥଳଭାଗ ମୁହାଁ ଗଭୀର ଅବପାତ । ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା । ୨୮ରେ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମ୍‌ଡି । ଅବପାତଟି  ଏବେ ଚେନ୍ନାଇରୁ ୮୫୦ କିଲୋମିଟର, ବିଶାଖାପାଟଣାରୁ ୮୯୦ କିଲୋମିଟର, ଆନ୍ଧ୍ରପ୍ରଦେଶର କାକିନାଡାରୁ ୮୯୦ କିଲୋମିଟର ଦକ୍ଷିଣ ପୂର୍ବରେ ଏବଂ ଗୋପାଳପୁରରୁ ୯୭୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବରେ ଅଛି । ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ୨୮ତାରିଖ ସକାଳ ସୁଦ୍ଧା ପ୍ରବଳ ଘୂର୍ଣ୍ଣିଝଡ଼ରେ ପରିଣତ ହେବ । ଏହା ୨୮ ଅକ୍ଟୋବର ସନ୍ଧ୍ୟା ଅବା ରାତିରେ ମଚିଲିପଟ୍ଟନମ ଏବଂ କଳିଙ୍ଗପଟ୍ଟନମ ମଧ୍ୟରେ କାକିନାଡା ନିକଟବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଏକ ପ୍ରବଳ ଘୂର୍ଣ୍ଣିଝଡ଼ ରୂପେ ପବନ ବେଗ ଘଣ୍ଟା ପ୍ରତି ୯୦-୧୦୦ କିଲୋମିଟର ରହିବ । ମଝିରେ ମଝିରେ ଝଟକା ପବନ ଘଣ୍ଟା ପ୍ରତି ୧୧୦ କିଲୋମିଟର ବହିବ ବୋଲି ଆକଳନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଏହାର ବଡ଼ ପ୍ରଭାବ ପଡ଼ିବ । ଖାଲି ଦକ୍ଷିଣ ନୁହେଁ, ଉପକୂଳ ଓଡ଼ିଶାରେ ମଧ୍ୟ ୩ ଦିନ ଧରି ପ୍ରବଳ ବର୍ଷିବ।  ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମକୁ ରେଡ ୱାଣ୍ଣିଂ ଜାରି କରାଯାଇଛି ।