କନକ ବ୍ୟୁରୋ: ଆରମ୍ଭ ହୋଇଗଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ୫ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପକ୍ରିୟା । କନକ ନ୍ୟୁଜ୍କୁ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି । ଛୋଟ ବାତ୍ୟା ହୋଇଥିବାରୁ ବାତ୍ୟାର ଆଖି ନାହିଁ । ଘଣ୍ଟାପ୍ରତି ୧୫ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରୁଛି । ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରୁଛି ।
ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ କରିବା ପରେ କାକିନାଡ଼ାରେ ବ୍ୟାପକ କ୍ଷୟକ୍ଷତି ଘଟାଇବା ଆରମ୍ଭ କରିଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବାପରେ ସୁ ସୁ ଗର୍ଜନ ଛାଡ଼ୁଛି ସମୁଦ୍ର । ୪ରୁ ୫ ଘଣ୍ଟା ଲାଗିଯିବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ସ୍ଥାନୀୟ ଲୋକଙ୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସମୟ । ବାତ୍ୟାକୁ ଦୃଷ୍ଟିରେ ରଖି କାକିନାଡ଼ାରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏବେ ସମୁଦ୍ର ସମ୍ପୂର୍ଣ୍ଣ ଅଶାନ୍ତ ହୋଇ ପଡ଼ିଛି । ଉଠୁଛି ଉଚ୍ଚ ଉଚ୍ଚ ଜୁଆର । ପ୍ରତିବର୍ଷ ବାତ୍ୟା ଦେଖୁଥିଲେ ସୁଦ୍ଧା କୋକୁଆ ଭୟରେ ରହିଛନ୍ତି ବାତ୍ୟା । କାକିନାଡ଼ାକୁ ପୂରା ଖାଲି କରି ଦେଇଛି ପ୍ରଶାସନ । ୧୪ ଲକ୍ଷ ବାତ୍ୟା ଦ୍ୱାରା ପ୍ରଭାବିତ ହେବେ । ଦେଢ଼ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏଥିରେ ସବୁ ବର୍ଗର ଲୋକ ସାମିଲ ରହିଛନ୍ତି ।
ଏହା ବି ପଢ଼ନ୍ତୁ: ବାତ୍ୟ ମୋନ୍ଥା : ଗଜପତି ଅଧିକ ପ୍ରଭାବିତ ,ଗଛ ପଡ଼ି ଏକାଧିକ ରାସ୍ତା ବନ୍ଦ
ଅନ୍ୟପଟେ ବାତ୍ୟା ମୋନ୍ଥା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାଜନିତ କ୍ଷୟକ୍ଷତି ଦେଖିବାକୁ ମିଳିଛି । ଆଜି ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଥିଲା ଆଇଏମ୍ଡି । ଏହା ସହ ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ସେହିପରି ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ତି, ନବରଙ୍ଗପୁର ଜିଲ୍ଲାକୁ ବିପଦ ରହିଛି । ଏହି ସମୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ସେହିପରି ପବନ ପାଇଁ ଆଜି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ତିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳ ପବନ ବହିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ବାତ୍ୟା ମୋନ୍ଥାର ପ୍ରକୋପ ଏତେ ଭୟଙ୍କର ଯେ, ତୁହା କୁ ତୁହା ବର୍ଷା ହେଉଛି । ଗଜପତି ପ୍ରଶାସନ ଦିନ ରାତି ଏକ କରି ପ୍ରତିଟି ବ୍ଲକର ଆଶ୍ରୟସ୍ଥଳୀ ବୁଲି ବୁଲି ସମସ୍ତ ପ୍ରକାର ସହଯୋଗ କରି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରୁଛନ୍ତି । ଏହାରି ମଧ୍ୟରେ ଆର.ଉଦୟଗିରି ବ୍ଲକର ଅନଘା ପଞ୍ଚାୟତର ରାସ୍ତା କଡ଼ ପାହାଡ଼ରୁ ବିରାଟକାୟ ପଥର ଖସି ରାସ୍ତା ଅବରୋଧ ହୋଇଛି । ବଡ଼ ଗାଁ ରାସ୍ତା ଅବରୋଧ ହେବାରୁ ଯାତାୟତ ଠପ୍ ହୋଇଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/2025/10/28/39-lll-2025-10-28-19-17-43.jpg)