ବାତ୍ୟା ମୋନ୍ଥା: ଏହି ସ୍ଥାନରେ ସ୍ଥଳ ଭାଗ ଛୁଇଁବ ବାତ୍ୟା, ଏମିତି କହିଲେ ପାଣିପାଗ ବିଜ୍ଞାନୀ

ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟା ଉପକୂଳ ନିକଟତର ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । 

Cyclone montha_

କନକ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟା ଉପକୂଳ ନିକଟତର ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ସମୟରେ ୯୦-୧୦୦ କିମି ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବ । ବାତ୍ୟା ‘ମୋନ୍ଥା’ର ଅବସ୍ଥିତି ଓ ଏହାର ପ୍ରଭାବ ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି ।

ବାତ୍ୟା ମୋନ୍ଥାର ପ୍ରଭାବରେ ଆଜି(ମଙ୍ଗଳବାର) ଓ ଆସନ୍ତାକାଲି(ବୁଧବାର) ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ରହିବ ସର୍ବାଧିକ ପବନର ପ୍ରଭାବ ରହିବ । ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରିରେ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ । ଏହି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାକୁ ନେଇ ରେଡ ଆଲର୍ଟ ଜାରି କରାଯାଇଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଜିଲ୍ଲାରେ ବି ପ୍ରବଳରୁ ଅତି ପ୍ରବଳ ଵର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି  ୧୯ ଜିଲ୍ଲା ଯେପରିକି ନୂଆପଡା ବଲାଙ୍ଗୀର ସୋନପୁର ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ଼, ଝାରସୁଗୁଡା, ଦେଓଗଡ, କେନ୍ଦୁଝର , ମୟୁରଭଞ୍ଜ, ସୁନ୍ଦରଗଡ, କଟକ, ଜଗତସିଂପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ  ବାଲେଶ୍ୱର ଜିଲ୍ଲାରେ ପ୍ରବଳ  ବର୍ଷା  ନେଇ ୟେଲୋ  ୱାର୍ଣ୍ଣିଂ ଜାରି ହୋଇଛି । 

ଏହା ବି ପଢ଼ନ୍ତୁ: ମୋନ୍ଥା ପ୍ରଭାବରେ ରାତିରେ ପବନର ବେଗ ବଢ଼ିବ, IMD DGଙ୍କ ସୂଚନା

୧୯ ଜିଲ୍ଲାରେ ୬୦ରୁ ୭୦ କିମି ଘଣ୍ଟା ପ୍ରତି ପବନ ଓ ଝଟକା ପବନ ୮୦ କିମି ପ୍ରତି ଘଣ୍ଟାରେ ରହିବ । ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ହେବା ସହ ସହ  ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ମାଲକାନଗିରି କୋରାପୁଟ ରାୟଗଡ଼ା କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ବିଭାଗ । ସେହିପରି ଗଜପତି କନ୍ଧମାଳ ଓ ବଲାଙ୍ଗୀର ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଅରେଞ୍ଜ ସହ ୨୧  ଜିଲ୍ଲାକୁ ପ୍ରବଳ ଵର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ୩୦ ତାରିଖରେ ଉତ୍ତର ଓଡ଼ିଶାର ୫ ଜିଲ୍ଲା ଯେପରିକି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ଵର୍ଷା ଜାରି ରହିବା ସହ ୧ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  

ପବନର ବେଗ ବଢ଼ିବା ଆଶଙ୍କା ଥିବାରୁ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର କୂଳକୁ ଯିବାକୁ ମନା କରାଯାଇଛି । ବନ୍ଦର ଗୁଡିକ ପାଇଁ ରହିଛି ୨ ନମ୍ବର ବିପଦ ସଂକେତ ରହିଥିବା ବେଳେ ଗୋପାଳପୁର ପାଇଁ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି । ବିଶେଷ ଭାବେ ମାଲକାନଗିରି, ଗଜପତି ଗଞ୍ଜାମ, କୋରାପୁଟ କଳାହାଣ୍ଡି ଓ ନବରଙ୍ଗପୁର ଏହି ୬ ଜିଲ୍ଲା ବାତ୍ୟାର ପ୍ରଭାବ ଅଧିକ ହେବାକୁ ଥିବା ବେଳେ ଭୁସ୍ଖଳନ ସହ କଚ୍ଚା ଘର ଭାଙ୍ଗିବା,ଗଛ ପଡିବା ଓ କୁତ୍ରିମ ବନ୍ୟା ସ୍ଥିତି ଭୟ ରହିଥିବାରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe