କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ରାତି ସୁଦ୍ଧା ଆହୁରି ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ । ୨୮ ସଂଧ୍ୟା ଓ ରାତି ମଧ୍ୟରେ ଆନ୍ଧ୍ର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଧ୍ୟରେ କାକିନାଡା ନିକଟରେ ଛୁଇଁବ ସ୍ଥଳଭାଗ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ସକାଳୁ ମଙ୍ଗଳବାର ସକାଳ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ୧୨ ସେଣ୍ଟିମିଟରରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । 

Advertisment

ଅଧିକ ପଢ଼ନ୍ତୁ--- Cyclone Update : ୧୨ଘଣ୍ଟାରେ ବାତ୍ୟା !

ସେହିପରି ସୋମବାର ସକାଳୁ ମଙ୍ଗଳବାର ସକାଳ ଯାଏଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୮ ତାରିଖରେ ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ରେଡୱାର୍ଣ୍ଣିଂ ଜାରି ହୋଇଛି । ଏହି ୫ଜିଲ୍ଲାରେ ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଅକ୍ଟୋବର ୨୯ ତାରିଖରେ ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।