୪ ଜିଲ୍ଲାକୁ 'ଦାନା' ବିପଦ । ୫୦ କିମି ପରିଧିରେ କରିବ କ୍ଷୟକ୍ଷତି!

Advertisment

ବାତ୍ୟା ଦାନା ଯେତେଯେତେ ଉପକୂଳମୁହାଁ ହେଉଛି, ସେତେ ସେତେ ବିପଦ ବଢୁଛି । ଆଜି ରାତିରୁ ହିଁ ବାତ୍ୟା ଭୀଷଣ ବାତ୍ୟାର ରୂପ ନେବ । ଆଉ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ

ବାତ୍ୟା ଦାନା ଯେତେଯେତେ ଉପକୂଳମୁହାଁ ହେଉଛି, ସେତେ ସେତେ ବିପଦ ବଢୁଛି । ଆଜି ରାତିରୁ ହିଁ ବାତ୍ୟା ଭୀଷଣ ବାତ୍ୟାର ରୂପ ନେବ । ଆଉ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ

'Dana' threat to 4 districts OF ODISHA

କନକ ବ୍ୟୁରୋ: ବାତ୍ୟା ଦାନା ଯେତେଯେତେ ଉପକୂଳମୁହାଁ ହେଉଛି, ସେତେ ସେତେ ବିପଦ ବଢୁଛି । ଆଜି ରାତିରୁ ହିଁ ବାତ୍ୟା ଭୀଷଣ ବାତ୍ୟାର ରୂପ ନେବ ।  ଆଉ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ । ଏହାର ପ୍ରଭାବରେ ଉପକୂଳ ଜିଲ୍ଲାଗୁଡିକ ପ୍ରଭାବିତ ହେବ । ବିଶେଷକରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ଉପରେ ପ୍ରଭାବ ପଡିବ ।  ବିଶେଷକରି ଲ୍ୟାଣ୍ଡଫଲ ସ୍ଥଳର ୫୦ କିଲୋମିଟର ପରିଧି ଏହାଦ୍ବାରା ଅଧିକ ପ୍ରଭାବିତ ହେବ ।

ପାଣିପାଗ ବିଭାଗର ଆକଳନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ବାତ୍ୟା ଦାନାର ଲ୍ୟାଣ୍ଡଫଲ ହେଲେ କିଛି ଗୁରୁତ୍ବପୂର୍ଣ୍ଣ ସ୍ଥାନ ପ୍ରତି ବିପଦ ବଢୁଛି । ଏମାନଙ୍କ ମଧ୍ୟରେ ପ୍ରମୁଖ ରହିଛି..

  • ଧାମରା ବନ୍ଦରକୁ ବିପଦ
  • ଅବଦୁଲ କଲାମ ଦ୍ବୀପକୁ ବିପଦ
  • ଗହୀରମଥା ଅଭୟାରଣ୍ୟକୁ ବିପଦ
  • ପ୍ରଭାବିତ ହୋଇପାରେ ଭିତରକନିକା ଅଭୟାରଣ୍ୟ
  • ଆରଡ଼ି ଆଖଣ୍ଡଳମଣି ମନ୍ଦିରକୁ ବିପଦ 

ତେଣୁ ଯେଉଁ ସ୍ଥାନଗୁଡିକ ଉପରେ ଅଧିକ ବିପଦ ରହିଛି ସେଠାରେ ପ୍ରଶାସନ ସଜାଗ ହୋଇ ରହିଛି । ଅଗ୍ନିଶମ ବିଭାଗ , ଓଡ୍ରାଫ ଓ ଏନଡିଆରଏଫ ଟିମ ପ୍ରସ୍ତୁତ ହୋଇ ରହିଛି । ତେବେ ଦାନା ପ୍ରଭାବରେ ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ବଢିବ ଆଉ ୨୬ ତାରିଖରୁ ବର୍ଷାର ପରିମାଣ କମିବ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe