ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ, ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା

Advertisment

ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଆଜି ମଧ୍ୟାହ୍ନରେ ପୁରୀ ଉକପୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏବେ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।

ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଆଜି ମଧ୍ୟାହ୍ନରେ ପୁରୀ ଉକପୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏବେ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।

puri

କନକବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଆଜି ମଧ୍ୟାହ୍ନରେ ପୁରୀ ଉକପୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏବେ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଗତ ୬ ଘଣ୍ଟା ହେବ ୮ କିଲୋମିଟର ବେଗରେ ଗତି କରୁଛି ଗଭୀର ଅବପାତ। ପୁରୀ ଠାରୁ ୭୦, ଗୋପାଳପୁରଠାରୁ ୧୪୦ ଓ ପାରାଦୀପ ଠାରୁ ୧୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି।

ଏହାର ପ୍ରଭାବରେ ଦିନ ସାରା ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୋପାଳପୁର ଏବଂ ପୁରୀକୁ ୩ ନମ୍ବର, ଧାମରା ଓ ପାରାଦୀପକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି।

ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ପ୍ରବଳ ବର୍ଷା ଯୋଗୁଁ ଉପକୂଳ ଜିଲ୍ଲାର ତଳି ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି। ଏନେଇ ସ୍ଥାନୀୟ ପ୍ରଶାସନ ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe