ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା

cyclone

cyclone Photograph: (KanakNews)

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ  ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା । ଗଭୀର ଅବପାତ ପରିଣତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଅଞ୍ଚଳରେ ବାତ୍ୟାର ରୂପ ନେଇଛି ।  ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ : ଆସନ୍ତା ୨୪ ଘଣ୍ଟାରେ ବାତ୍ୟା! ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା  ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୩୦ରୁ ଡିସେମ୍ବାର ୨ ତାରିଖ ଭିତରେ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି କିଛି ଜିଲ୍ଲା ମାନଙ୍କରେ ସାମନ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ବାତ୍ୟା!
ମାଲେସିୟା ଓ ମଲ୍ଲକା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଲଘୁଚାପ
ଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହୋଇପାରେ
ସ୍ପଷ୍ଟ ଲଘୁଚାପ ବର୍ତ୍ତମାନ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । 
ଏହା ଅଧିକ ଘନୀଭୂତ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଗଭୀର ଅବପାତରେ ପରିଣତ ହେବ । 
ପରବର୍ତ୍ତୀ ୨୪ ଘଣ୍ଟା ପରେ ଏହା ବାତ୍ୟାରେ ପରିଣତ ହୋଇପାରେ ।  
ଦକ୍ଷିଣ ଆଣ୍ଡାମାନ ସାଗର, ମଲକ୍କା ଓ ଆଖପାଖ ଅଞ୍ଚଳରେ ପାଣିପାଗ ଅତ୍ୟନ୍ତ ଖରାପ ରହିଛି
ସେଠାରେ ପବନର ବେଗ ଅଧିକ ରହିଥିବା ବେଳେ ସମୁଦ୍ର ମଧ୍ୟ ଅଶାନ୍ତ ହୋଇ ଉଠିଛି
ଏହାବାଦ କୋମୋରିନ ଓ ଆଖପାଖ ଅଞ୍ଚଳରେ ରହିଥିବା ଉପରି ଭାଗ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି
ଫଳରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ
ଏହା ଅଧିକ ଘନୀଭୂତ ହେବାର ଯଥେଷ୍ଟ ଆଶଙ୍କା ରହିଛି । 
ଯଦି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ବାତ୍ୟାର ରୂପ ନେବ, ତା’ହେଲେ ଏହାର ନାଁ ସେନୟାର ରହିବ ।  
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe