ବଙ୍ଗୋପ ସାଗରରେ ଗଭୀର ଅବପାତ : କଟକ, ଭୁବନେଶ୍ବରରେ ତୁହାକୁ ତୁହା ବର୍ଷା

ବଙ୍ଗୋପସାଗରରେ ଗଭୀର ଅବପାତ ।  ଆଗାମୀ ୪ ଘଣ୍ଟାରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ।  ଆଜି ମଧ୍ୟରାତି କିମ୍ବା ଆସନ୍ତାକାଲି ଭୋର ସୁଦ୍ଧା ଓଡ଼ିଶା ଉପକୂଳ ଗତି କରିବା ସମ୍ଭାବନା

4

Photograph: (kanaknews)

କନକବ୍ୟୁରୋ : ବଙ୍ଗୋପସାଗରରେ ଗଭୀର ଅବପାତ ।  ଆଗାମୀ ୪ ଘଣ୍ଟାରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ।  ଆଜି ମଧ୍ୟରାତି କିମ୍ବା ଆସନ୍ତାକାଲି ଭୋର ସୁଦ୍ଧା ଓଡ଼ିଶା ଉପକୂଳ ଗତି କରିବା ସମ୍ଭାବନା ।  ପାରାଦୀପ ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ। ପ୍ରଭାବରେ ଓଡିଶା ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା। ଟୁଇନ୍ ସିଟିରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି ।  ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe