କନକ ବ୍ୟୁରୋ : ମାଘ ମାସରେ ହାଡ ଭଙ୍ଗା ଶୀତ ହୋଇଥାଏ । କିନ୍ତୁ ମାଘ ମାସରେ ଶୀତ ପରିବର୍ତ୍ତେ ରାଜ୍ୟବାସୀଙ୍କୁ କଲବଲ କଲାଣି ଘନ କୁହୁଡି ସାଙ୍ଗକୁ ଦିନର ତାପମାତ୍ରା । ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମସ୍ତ ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ସୁନ୍ଦରଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ।
ଘନ କୁହୁଡ଼ି ପାଇଁ ଜାନୁଆରି ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କୁହୁଡ଼ି ଆସ୍ତରଣ ଯୋଗୁଁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଏହି ସମୟରେ ଗମନାଗମନ କରୁଥିଲେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/01/25/lkWhzS58LbjG2sikGAhB.jpg)