ବଢ଼ିବ ବର୍ଷାର ପରିମାଣ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଲଘୁଚାପର ରୁପ ନେବ ଘୂର୍ଣ୍ଣିବଳୟ । ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ୨୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ।  

2-Rain

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବୁଧବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ସକାଳ ସାଢେ ୮ଟା ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ପାଇଁ ଯାଏଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିବ । ୨୫ ତାରିଖ ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ  ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe