ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । କାଲି ଆସିବ ସୁଭଦ୍ରା ଟଙ୍କା। ଏମାନଙ୍କୁ ମିଳିବ ସୁଭଦ୍ରା କିସ୍ତି ।

Advertisment

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ଆସନ୍ତାକାଲି ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ । ତେବେ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ଏନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ

subhadra ggg

କନକ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ଆସନ୍ତାକାଲି ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ । ତେବେ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ଏନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତେବେ ଏହି  ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ । ବାକି ଆବେଦନଗୁଡିକ ଜମି ଯୋଗ୍ୟତା କାରଣ ପାଈଁ ବାଦ ପଡିଛି । ବ୍ଲକ ସ୍ତରରେ ରିପୋର୍ଟ ପହଞ୍ଚିଛି, ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ସୁଭଦ୍ରା ଯୋଜନାରୁ ୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଈଁ ବାଦ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନ୍ସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe