କନକ ବ୍ୟୁରୋ : ଆସନ୍ତା କାଲି ଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର । ଚାଷୀ ଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଚାଷୀ ପାଇଁ ମଣ୍ଡି ଗୁଡ଼ିକ ରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ ସମୟ ରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ ମାଲିକ ମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ।
ବିଜେପିକୁ ଦେଲେ ଗୃହ ବିଭାଗ, ହେଲେ କଣ୍ଟ୍ରୋଲ ଏବେ ବି ନୀତିଶଙ୍କ ହାତରେ?
ଧାନ କିଣା ଉପରେ ତୀକ୍ଷଣ ନଜର ରଖିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମଣ୍ଡି ଖୋଲିବା ପରେ ଯେଉଁଠି ଅସୁବିଧା ଦେଖାଯିବ ତାକୁ ତୁରନ୍ତ ଅନ ଦ ସ୍ପଷ୍ଟ ସମାଧାନ ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । କଟନି ଛଟନି ଉପରେ ରାଜ୍ୟ ସରକାର ତୀକ୍ଷଣ ନଜର ରଖିଛନ୍ତି । ଚାଷୀ ଆଉ ମିଲର ଙ୍କ ଭିତରେ ସଲା ସୁତୁରା ହୋଇ କଟଣି ଛଟଣି ଯଦି କରିବେ ତାହା ରାଜ୍ୟ ସରକାରଙ୍କ କର୍ତ୍ତୃତ୍ୱଧୀନ ନୁହେଁ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/11/24/pradip-bal-samanta-2025-11-24-11-57-18.jpg)