ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଜବାବ୍ ; ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟର ଦେଲେ ଜବାବ୍

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଜବାବ୍ ; ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟର ଦେଲେ ଜବାବ୍। କହିଲେ, ରାଜନୀତିରେ ଲାଗି ରହେ ଜୟ ପରାଜୟ  । ଉନ୍ମାଦିତ ଏବଂ ହତୋତ୍ସାହିତ ହେବାର ନାହିଁ ଆବଶ୍ୟକତା ।

34DN

କନକ ବ୍ୟୁରୋ: ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜନୀତିରେ ଜୟ ପରାଜୟ ଲାଗି ରହେ । ବିଜୟରେ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଲୋକେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରନ୍ତୁ ଏବଂ ଯାହାକୁ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ ବାକି ଲୋକ ବିଚାର କରିବେ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe