କନକ ବ୍ୟୁରୋ: ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ିଚାଲିଛି ଡାଇରିଆ । ଏବେ ବାଲେଶ୍ବରକୁ ଡେଇଁଛି ଡାଇରିଆ । ବାଲେଶ୍ବର ଜିଲ୍ଲା ସୋରରେ କିଛି ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଅନ୍ୟପଟେ ଯାଜପୁରରେ ବଢ଼ିଲା ମୃତ୍ୟୁ ସଂଖ୍ୟା । ଯାଜପୁର ରୋଡ଼ ମେଡ଼ିକାଲରେ ଝାଡ଼ାବାନ୍ତିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଏଥିସହ ବେସରକାରୀ ଭାବେ କେବଳ ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ୧୬ ଜଣଙ୍କର ମୃତ୍ୟୁ ହୋଇସାରିଲାଣି , ହେଲେ ସରକାରୀ ଭାବେ ସଂଖ୍ୟା ୭ ରହିଛି । ସେହିପରି କେନ୍ଦୁଝରରେ ୩ ଜଣ, କଟକରେ ୨ ଜଣ ଓ କେନ୍ଦ୍ରାପଡ଼ାରେ ଜଣେ ପ୍ରାଣ ହରାଇଛନ୍ତି ।
କଟକ ଜିଲ୍ଲା ନରସିଂହପୁରରେ ଜଣେ ଓ ଟାଙ୍ଗୀରେ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଛି । ଆଜି ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ଶହ ଶହ ଡାଇରିଆ ରୋଗୀ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କେନ୍ଦୁଝର, ପୁରୀ ଓ ବାଲେଶ୍ବରରେ ଝାଡ଼ାବାନ୍ତି ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି । କିନ୍ତୁ ପ୍ରାୟ ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସରକାର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/06/18/diarrhoea spreads-dd9be975.jpg)