ପଡୋଶୀଙ୍କ ସହ ବିବାଦର ଅନ୍ତ ହେବ ; ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି

ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ହେବ ସମାଧାନ । କରାଯିବ ମନ୍ତ୍ରୀସ୍ତରୀୟ କମିଟି ଗଠନ । ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ନିଆଗଲା ନିଷ୍ପତ୍ତି ।

4a

କନକ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ । ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। 

ବୈଠକରେ  ବିଭିନ୍ନ ଆନ୍ତଃରାଜ୍ୟ ବିବାଦ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ , ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଏହି ବୈଠକରେ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe