କନକ ବ୍ୟୁରୋ: ଏଥର ଦୁର୍ଗାପୂଜାରେ ଡିଜେ ମନା । ଡିଜେ, ମଦ ଓ ପ୍ଲାଷ୍ଟିକ୍ ମୁକ୍ତ ଦୁର୍ଗାପୂଜାକୁ ଗୁରୁତ୍ୱ ଦିଆଯାଇଛି । ତା ସହିତ ପୂଜା କମିଟି ମଧ୍ୟ ବଟି ମାଗିଲେ ବନ୍ଧା ହେବେ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା । ଅନ୍ୟପଟେ ପୂଜା ମଣ୍ଡପରେ ମେଲୋଡି ରାତି ୧୨ଟା ଯାଏଁ ଚାଲିବ । ରାବଣ ପୋଡିରେ ମଧ୍ୟ ବାଣ ବ୍ୟବହାର ନକରିବାକୁ ନିବେଦନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ଆଜିଠୁ ଆରମ୍ଭ ହୋଇଛି ମା'ଙ୍କର ଷୋଳ ପୂଜା । ଭୁବନେଶ୍ୱରରେ ଏଥର ଲୋକେ ଦେଖିବେ ୧୭୧ଟି ମୃଣ୍ମୟୀ ମୂର୍ତ୍ତି । ପୂର୍ବବର୍ଷ ଭଳି ଧୁମଧାମରେ ଦଶହରା ପାଳନ ହେବ ତାହାକୁ ନେଇ ଅଣ୍ଟା ଭିଡ଼ିଛି ପ୍ରଶାସନ। ଟ୍ରାଫିକ, ଲ ଆଣ୍ଡ ଅର୍ଡର, ପୋଲିସ ପାଇଁ ପାଲଟିଛି ବଡ଼ ଚ୍ୟାଲେଞ୍ଜ । ସେହିପରି ବିନା କେମିକାଲ ଓ ବିନା ପ୍ଲାଷ୍ଟିକରେ ମୂର୍ତ୍ତି ନିର୍ମାଣ କରିବାକୁ ଅନେକ ପୂଜା କମିଟି କହିଛନ୍ତି । ପୂଜା ମଣ୍ଡମରେ ଅନୁଷ୍ଠିତ ହେଉଥିବା ମେଲୋଡି କାର୍ୟ୍ୟକ୍ରମ ୧୦ଟା ପରିବର୍ତ୍ତେ ୧୨ ଟା ସୁଦ୍ଧା ଶେଷ କରିବାକୁ କୁହାଯାଇଛି । ରାବଣ ପୋଡିବେଳେ ଶବ୍ଦ ପ୍ରଦୂଷଣ କରୁଥିବା ବାଣକୁ ବ୍ୟବହାର ନକରିବାକୁ ନିବେଦନ କରାଯାଇଛି । ଭସାଣି ବେଳେ ଭାଇବ୍ରେଟ ମ୍ୟୁଜିକ, ଡିଜେ ବାରଣ କରାଯାଇଛି । ଅବକାରୀ ବିଭାଗକୁ ଚୋରା ମଦ କାରବାର ରୋକିବାକୁ ନିର୍ଦ୍ଦେଶ ସମନ୍ୱୟ ବୈଠକରେ ମତ ପ୍ରକାଶ ପାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/kN5sHwQsTkEk0oA5LBWb.jpg)