କନକ ବ୍ୟୁରୋ : ପୁଣି ରାଷ୍ଟ୍ରପତି ହେବେ ଡୋନାଲ୍ଡ ଟ୍ରମ୍ପ । ବହୁମତ ପାଇଲା ପରେ ଜନତାଙ୍କୁ ସମ୍ବୋଧିତ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ ତାଙ୍କ ସମ୍ବୋଧନରେ କହିଛନ୍ତି ଏହା ଐତିହାସିକ ବିଜୟ । ଏହାର ପୁରା ଶ୍ରେୟ ଦେଶବାସୀଙ୍କୁ ଯାଉଛି ବୋଲି କହିଛନ୍ତି ଟ୍ରମ୍ପ । ଭୋଟରଙ୍କୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ । ଟ୍ରମ୍ପ ତାଙ୍କ ସମ୍ବୋଧନରେ କହିଛନ୍ତି ମୋର ସବୁ୍ କିଛି ଆମେରିକାବାସୀଙ୍କ ନିକଟରେ ସମର୍ପିତ ।
ଆମେରିକାର ଭବିଷ୍ୟତ ପାଇଁ କାମ କରିବି । ମହାନ ରଷ୍ଟ୍ରରେ ପରିଣତ କରିବା ପାଇଁ ମୋର ଲକ୍ଷ । ଭାଷଣ ବେଳେ ଏଲନ ମସ୍କଙ୍କ ନାମ ନେଇ କହିଲେ ମୋ କ୍ୟାମ୍ପେନରେ ଏଲନ୍ ମସ୍କଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ତେବେ ଟ୍ରମ୍ପ ହେବେ ଦ୍ୱିତୀୟ ଥର ଆମେରିକାର ରାଷ୍ଟ୍ରପତି ।