୬ରୁ ଚାଲିବ ଡବଲ ଟେକ୍ ବସ୍ । ଅସଜଡା ରାସ୍ତାକୁ ତୁରନ୍ତ ସଜାଡିବା ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆସନ୍ତା ୬ ତାରିଖରେ ଡବଲ ଡେକର ବସ୍ ହେବ ଲୋକାର୍ପଣ  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ । ରାସ୍ତା କାମ, ସଫେଇ ଓ ସାଜସଜ୍ଜା କାମ ନେଇଥିବା ଅଧିକାରୀ ଓ ଏହି ଦାୟିତ୍ବରେ ଥିବା ବିଭାଗୀୟ ସରକାରୀ ଅଧିକାରୀଙ୍କ ସହ  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ।

111v

111v Photograph: (kanaknews)

କନକ ବ୍ୟୁରୋ : ଆସନ୍ତା ୬ ତାରିଖରେ ଡବଲ ଡେକର ବସ୍ ହେବ ଲୋକାର୍ପଣ  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ । ରାସ୍ତା କାମ, ସଫେଇ ଓ ସାଜସଜ୍ଜା କାମ ନେଇଥିବା ଅଧିକାରୀ ଓ ଏହି ଦାୟିତ୍ବରେ ଥିବା ବିଭାଗୀୟ ସରକାରୀ ଅଧିକାରୀଙ୍କ ସହ  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି । ତୁରନ୍ତ ହମ୍ପସ, ଖାଲ ସ୍ଥାନ, ଅସଜଡା ଜାଗା କୁ ସଜାଡ଼ିବା  ଉପରେ ବିଭାଗୀୟ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ । 

ସହରକୁ ସଫା ସହିତ ଏୟାରପୋର୍ଟରୁ ପ୍ରଦର୍ଶନୀ ପଡିଆ ସମେତ ନନ୍ଦନକାନନ ଏବଂ ରାଜଧାନୀର କିଛି ଅଞ୍ଚଳ ବୁଲିଲେ ବିଭାଗୀୟ ମନ୍ତ୍ରୀ । ପ୍ରବାସୀ ଖାଇବେ ପାରମ୍ପରିକ ଓଡ଼ିଆ ଖାଦ୍ୟ । ଦେଶୀ ଖାଦ୍ୟର ମଜା ନେବେ ପ୍ରବାସୀ । ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ସହ ହେବ ଫୁଡ୍ ଫେଷ୍ଟ ଭଳି ସିଟି ଆକ୍ତିଭେଶନ କାର୍ଯ୍ୟକ୍ରମ ହେବ । ନିଜର ପରିପାର୍ଶ୍ଵକୁ ସଫା କରିବା ଲାଗି ରାଜଧାନୀରେ ଥିବା କର୍ପୋରେଟ ସମେତ ବିଭିନ୍ନ ଅଫିସ ଓ ବ୍ୟବସାୟୀଙ୍କ ଅନୁରୋଧ କଲେ ନଗର ଉନ୍ନୟନ ମନ୍ତ୍ରୀ । ୫ଟି ଡବଲ ଡେକର ବସ ଆସି ପହଁଚିବା ପରେ ୬ରୁ ଚାଲିବ ବସ । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe