କନକ ବ୍ୟୁରୋ: ଶ୍ରୀ ଶ୍ରୀ ଶିରିଡି ସାଇ ଚାରିଟେବଲ ଟ୍ରଷ୍ଟ, ବସନ୍ତପୁର ତରଫରୁ ବିଶିଷ୍ଟ ସାଇଭକ୍ତ ତଥା ସାଇ ଅଧ୍ୟାତ୍ମଦର୍ଶନର ବିଶିଷ୍ଟ ପ୍ରଚାରକ, ଅଧ୍ୟାତ୍ମିକ ଗୁରୁ, ଗୁରୁଜୀ ଡ଼କ୍ଟର ଚନ୍ଦ୍ରଭାନୁ ଶତପଥୀଙ୍କ ୭୬ତମ ଜନ୍ମଦିନ ପାଳିତ । ଏହି ଉପଲକ୍ଷେ ଚିତ୍ରାଙ୍କନ, ଗୀତ ଓ ନୃତ୍ୟ ପ୍ରତିଯୋଗିତା ୟୁନିଟ-୧, ଭୁବନେଶ୍ୱର ସ୍ଥିତ କସ୍ତୁରବା ନାରୀ ମହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତନାରାୟଣ ଜେନା, ଭୁବନେଶ୍ୱର ଏକ୍ରାମ ବିଧାୟକ ବାବୁ ସିଂ, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲଚନା ଦାସ, ଯୋଗଦାନ କରି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିରିଡି ସାଇ ଚାରିଟେ ବଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଡ. ରୁଦ୍ର ମହାନ୍ତିଙ୍କ ଉପସ୍ଥିତରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ୟ୍ୟକ୍ରମରେ ଭୁବନେଶ୍ୱର ଓ ଏହାର ଆଖପାଖ ବିଦ୍ୟାଳୟର ୫୦୦ରୁ ଉର୍ଦ୍ଧ୍ୱ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ ।