ମହାକୁମ୍ଭରେ ଦଳାଚକଟା ପାଇଁ ରଦ୍ଦ ହେଲା ଆଖଡାମାନଙ୍କ ମହାସ୍ନାନ । ପ୍ରଶାସନର ଅନୁରୋଧ ପରେ ୧୩ ଆଖଡା ରଦ୍ଦ କଲା ମହାସ୍ନାନ

ସ୍ଥିତି ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଘଣ୍ଟାଏ ଭିତରେ ଦୁଇ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ସ୍ଥିତି ଉପରେ ନଜର ରଖିଛନ୍ତି ନରେନ୍ଦ୍ର ମୋଦୀ। ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ଭରସା ଦେଇଛନ୍ତି ଗୃହମନ୍ତ୍ରୀ।

8mahakumbha

8mahakumbha Photograph: (8mahakumbha)

କନକ ବ୍ୟୁରୋ :  ମହାକୁମ୍ଭମେଳାରେ ବଡ଼ ଅଘଟଣ। ସାହିସ୍ନାନ ବେଳେ ଦଳାଚକଟା। ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା। ମୃତଦେହକୁ ପ୍ରୟାଗରାଜ ମେଡିକାଲ କଲେଜକୁ ନିଆଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି। ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ସ୍ଥିତି ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଘଣ୍ଟାଏ ଭିତରେ ଦୁଇ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ସ୍ଥିତି ଉପରେ ନଜର ରଖିଛନ୍ତି ନରେନ୍ଦ୍ର ମୋଦୀ। ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ଭରସା ଦେଇଛନ୍ତି ଗୃହମନ୍ତ୍ରୀ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଯୋଗୀଙ୍କ ସହ କଥା ହୋଇଛନ୍ତି। ଏବେ ସ୍ଥିତି ସ୍ବାଭାବିକ ଥିବା କହିଛନ୍ତି ଯୋଗୀ ଆଦିତ୍ୟନାଥ। କୌଣସି ପ୍ରକାର ଗୁଜବକୁ ବିଶ୍ବାସ ନକରି ପ୍ରଶାସନ ନିର୍ଦ୍ଦେଶକୁ ପାଳନ କରିବାକୁ ଶ୍ରଦ୍ଧାଳୁଙ୍କୁ ଅପିଲ କରିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ। ଦଳାଚକଟା ପରେ ୧୩ଟି ଆଖଡାର ସାହିସ୍ନାନ ରଦ୍ଦ କରାଯାଇଛି। ହେଲେ ଶ୍ରଦ୍ଧାଳୁଙ୍କ ସ୍ନାନ ଜାରି ରହିବ। ଆଜି ମୌନୀ ଅମାବାସ୍ୟା ପାଇଁ ପ୍ରୟାଗରାଜରେ ୧୦ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଇଥିଲା। ଭୋର ୪ଟାରୁ ଅମୃତ ସ୍ନାନ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁମାନେ ଏକାଠି ହୋଇଥିଲେ। ଏହି ସମୟରେ ବ୍ୟାରିକେଡ୍ ଭାଙ୍ଗିଯିବାରୁ ଦଳାଚକଟା ହୋଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe