କନକ ବ୍ୟୁରୋ : ସମ୍ବଲପୁରରେ ଇ-ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇଦିନିଆ ସମ୍ବଲପୁର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ତାଙ୍କ ପତ୍ନୀ ଡା.ପ୍ରିୟଙ୍କା ମାରାଣ୍ଡିଙ୍କ ସହିତ ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ମନ୍ଦିର ନିକଟ ମହାନଦୀ ସମ୍ମୁଖରେ ଇ-ବସ୍ ସେବାର ଲୋକାର୍ପଣ କରିଥିଲେ । ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରିବା ପାଇଁ ୨୫ଟି ନୂଆ ଇ-ବସ୍ର ଆରମ୍ଭ ହୋଇଛି ।
ରାଉରକେଲାରେ ଅଙ୍ଗନବାଡ଼ି କର୍ମୀଙ୍କୁ ହତ୍ୟା, ଛୁରି ଭୁଷି ହତ୍ୟା କଲା ପ୍ରେମିକ
ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ । ସମ୍ବଲପୁରରେ ସମୁଦାୟ ୫୦ଟି ଇ-ବସ୍ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବସ୍ଗୁଡ଼ିକର ପରିଚାଳନା ପାଇଁ ଅଇଁଠାପାଲିଠାରେ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍)ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍ଘାଟନ କରାଯାଇଛି । ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ୍ ଓ ବସ୍ଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି ।
ବସ୍ଗୁଡ଼ିକରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ହ୍ବିଲ୍ଚେୟାରର ବ୍ୟବସ୍ଥା ସହିତ ଯାତ୍ରୀମାନଙ୍କ ସୁରକ୍ଷା ଓ ସୁବିଧା ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି । ଡିଜିଟାଲ୍ ପେମେଣ୍ଟରେ ରିହାତି ବ୍ୟବସ୍ଥା ରହିଛି । ଇ-ବସ୍ ହୋଇଥିବାରୁ ପରିବେଶ ପ୍ରଦୂଷଣକୁ ହ୍ରାସ କରିବାରେ ଏହି ଯାନଗୁଡ଼ିକ ସହାୟକ ହେବ । ଗଣମାଧ୍ୟମର ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଲେ, ସମ୍ବଲପୁରରେ ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଛି । ସେ ନିଜେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟି ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି ।
ଠିକ୍ ସମୟରେ କେନ୍ଦ୍ର ସରକାର ଏହାର ବିଚାର କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସପତ୍ନୀକ କିଛି ବାଟ ବସ୍ରେ ଯାତ୍ରା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରୀ ନାଏକ, ବିଜେପି ଜିଲ୍ଲା ସଭାପତି ରାମଚନ୍ଦ୍ର ମେହେରଙ୍କ ସହିତ ଆର୍ଡିସି ସଚିନ ରାମଚନ୍ଦ୍ର ଯାଦବ, ଆଇଜି ହିମାଂଶୁ ଲାଲ, ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ଉପସ୍ଥିତ ଥିଲେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2026/01/11/11-2026-01-11-06-16-37.jpg)