କନକବ୍ୟୁରୋ : ରେଢ଼ାଖୋଲ ବନାଞ୍ଚଳରେ ୩ ହାତୀ ମୃତ। ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ। ଆଜି ସକାଳୁ ନାକଟିଦେଉଳ ରେଞ୍ଜ ବୁରାମାଲ ଜଙ୍ଗଲରେ ୩ଟି ହାତୀ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଦୁଇଟି ବଡ଼ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ବିଦ୍ୟୁତ ତାର ଲାଗି ହାତୀ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ହାତୀ ମୃତ୍ୟୁ ପଛରେ ଦାୟୀ କିଏ, ସେନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ ବୋଲି ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି ।
ଏଭଳି ଅଘଟଣ ପାଇଁ ବନକର୍ମଚାରୀଙ୍କୁ ଦାୟୀ କରିଛନ୍ତି ପିସିସିଏଫ୍ । ଏଥିସହ ବିଦ୍ୟୁତ ବିଭାଗର ଅବହେଳାକୁ ମଧ୍ୟ କାରଣ ଦର୍ଶାଇଛନ୍ତି । ବାରହା ଶିକାର ପାଇଁ ବିଛାଯାଇଥିଲା ଇଲେକ୍ଟ୍ରି ତାର ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ଘଟିଛି । ତେବେ ବନ କର୍ମଚାରୀଙ୍କ ଦାୟିତ୍ବ, ସେମାନ ପାଟ୍ରୋଲିଂ କରି ବିଦ୍ୟୁତ ତାର ସଂଯୋଗ ବିଚ୍ଛିନ୍ନ କରିବା କଥା ବୋଲି ସୁଶାନ୍ତ ନନ୍ଦ କହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/11/18/X2GQmk8OvlpQCUDmIwwU.jpg)