କନକବ୍ୟୁରୋ : ଉପର ମୁହାଁ ପାରଦ । ଡହ ଡହ ଖରା କରୁଛି କଲବଲ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଶିଝୁଛି ସାରା ଓଡ଼ିଶା । ମାର୍ଚ୍ଚ ଆରମ୍ଭରୁ ଆସିଲାଣି ହିଟ୍ ୱେଭ୍ ଚେତାବନୀ । ସୋମବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ । ୭ଟି ଜିଲ୍ଲାର ତାପମାତ୍ରା ୩୬ଡିଗ୍ରୀ ପାର କରିଛି । ଆଜିଠୁ ୫ ଦିନ ଭିତରେ ତାପମାତ୍ର ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ୧୩ ଓ ୧୪ ତାରିଖ ଦୁଇଦିନ ହିଟୱେଭ୍ ନେଇ ସତର୍କତା ଜାରି କରାଯାଇଛି ।
ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣରେ ଅସମ୍ଭାଳ ହେବ ତାତି । ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୋନପୁରକୁ ସତର୍କ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେଣୁ ବାହାରକୁ ବାହାରିବା ସମୟରେ ପାଣି ବୋତଲ ସହ ପଗଡି ଭିଡିବା ଛତା ଧରି ଯିବା ଓ ସୂତା କପଡା ପିନ୍ଧିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2025/03/11/cxdaO2gjNavW1pHtGGdJ.jpeg)