କନକ ବ୍ୟୁରୋ : ବାତ୍ୟା ସମୟରେ ହେବାକୁ ଥିବା ଲୋକାଲ ପରୀକ୍ଷା ସବୁ ବାତିଲ , ଏ ନେଇ ସୂଚନା ଦେଲେ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ବାତ୍ୟାକୁ ନେଇ ପ୍ରତ୍ୟେକ ଜିଲ୍ଲା ପ୍ରଶାସନ ସହ ସମ୍ପର୍କରେ ଅଛନ୍ତି ସରକାର । ୨୫୦ ରିଲିଫ ସେଣ୍ଟର ଗ୍ରାଉଣ୍ଡ ଜିରୋରେ ତଦାରଖ କରାଯାଇଛି । ଆଶ୍ରୟସ୍ଥଳୀ ବାହାରେ ୫୦୦ରୁ ଅଧିକ ଟେମ୍ପରାରୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇଛି । ସ୍ଥାନସ୍ତାରିତ ହେବାକୁ ଥିବା ଲୋକଙ୍କ ଚିକିତ୍ସା, ରନ୍ଧା ଖାଦ୍ୟ, ଗର୍ଭବତୀ ମହିଳାଙ୍କ ତାଲିକା ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ କରିଛି । ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସଚେତନ କରାଯାଉଛି , ଏଥି ସହିତ ପୋଲିସ ପେଟ୍ରୋଲିଙ୍ଗ ହେବ ପଲିଥିନ ଆବଶ୍ୟକ ହେଲେ ସବୁ ଜିଲ୍ଲା ରେ ପଲିଥିନ ଗଚ୍ଛିତ କରାଯାଇଛି । ସବୁ ବନ୍ଦରକୁ ରେଡ ଆଲର୍ଟ ଜାରି କରାଯାଇଛି । ବାତ୍ୟାର ଦିଗ ବଦଳିଲେ ମୁକାବିଲା ପାଇଁ ସରକାର ପ୍ରସ୍ତୁତି କରିଛନ୍ତି । ରେଡ ଜୋନ ଜିଲ୍ଲା ପାରାଦ୍ୱୀପ ଠାରୁ ପୁରୀ ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲା କୁ NDRF ଟିମ ବାହାରିସାରିଲେଣି । ରିଲିଫ ସେଣ୍ଟର ରେ ପାୱାର ସପ୍ଲାଇ ପାଇଁ ପ୍ରସ୍ତୁତି ସରିଥିବାର ମନ୍ତ୍ରୀ ସୂଚନା ଦେଇଛନ୍ତି ।
ବାତ୍ୟା ସମୟରେ ପରୀକ୍ଷା ବାତିଲ , ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସୂଚନା । ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ୨୫୦ ରିଲିଫ ସେଣ୍ଟର ପ୍ରସ୍ତୁତ ।
ବାତ୍ୟା ସମୟରେ ହେବାକୁ ଥିବା ଲୋକାଲ ପରୀକ୍ଷା ସବୁ ବାତିଲ , ଏ ନେଇ ସୂଚନା ଦେଲେ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ବାତ୍ୟାକୁ ନେଇ ପ୍ରତ୍ୟେକ ଜିଲ୍ଲା ପ୍ରଶାସନ ସହ ସମ୍ପର୍କରେ ଅଛନ୍ତି ସରକାର ।