କନକବ୍ୟୁରୋ : ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଘୋଷଣା ହେବ ରେଜଲ୍ଟ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ  ।  ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ  ।  ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ ।

Advertisment

ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ । ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ  ।  ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ  ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ  । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ  ।  ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।