କନକ ବ୍ୟୁରୋ: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)