କନକ ବ୍ୟୁରୋ: ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କୁ ଆଶ୍ଵାସନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୋଟେ ବି ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହେବେନି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପ୍ରକ୍ରିୟାର ଅବଧିକୁ ବୃଦ୍ଧି କରାଯାଇଛି । ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର । ଏପର୍ଯ୍ୟନ୍ତ ୧୦ ଲକ୍ଷ ୯୩ ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ । ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳିକରଣ କରାଯାଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ବଢ଼ିଲା ଚାଷୀ ପଞ୍ଜୀକରଣ ଅବଧି ; ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ବଢ଼ିଲା ଖରିଫ ଋତୁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ଅବଧି । ଚାଷୀଙ୍କ ଅନୁରୋଧ ପରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଗଷ୍ଟ ୨୦ ପରେ ବି ପଞ୍ଜିକରଣ ରହିବ ଜାରି । ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ।
/kanak/media/media_files/2025/08/14/2-2025-08-14-07-22-36.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)