କନକ ବ୍ୟୁରୋ: ଆଜି ଚାଷୀଙ୍କୁ ମିଳିବ ଇନପୁଟ ସହାୟତା ରାଶି । ଧାନର କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଇନପୁଟ ସହାୟତା ରାଶି ସହିତ ସମୁଦାୟ ୩୧୦୦ ଟଙ୍କା ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୃଷକଙ୍କ ଆର୍ଥିକ ବିକାଶ ସହ ବିକଶିତ ଓଡ଼ିଶାର ସ୍ବପ୍ନ ସାକାର ପାଇଁ ଏଭଳି ପଦକ୍ଷେପ ନେଉଛନ୍ତି ମୋହନ ସରକାର ।

Advertisment

ସୋହେଲାରେ ଏହି କାର୍ଯ୍ୟକ୍ରମ ରହିଛି । ଇଚ୍ଛାପାଲି ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୁଜାରୀ, ବରଗଡ ସାଂସଦ ଓ ସମସ୍ତ ନିର୍ବାଚନ ମଣ୍ଡଳିର ବିଧାୟକମାନେ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି କରିଛି ଜିଲ୍ଲା ଓ ପୋଲିସ ପ୍ରଶାସନ । ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ମୋଟ ୩୦ ପ୍ଲାଟୁନ ଫୋର୍ସ ଓ ବରିଷ୍ଠ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ଅଛନ୍ତି ।