କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁହଁ ଖୋଲିଛନ୍ତି । ଏହି ଘଟଣାକୁ ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ ବର୍ବରତା ଓ ଅରାଜକତା ସୀମା ଟପୁଛି, ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି ବୋଲି ସେ କହିଛନ୍ତି। ।
ବିଜେଡି ସମାପତି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି, ଭୟଶୂନ୍ୟ ହେଉଛନ୍ତି ଅପରାଧୀ, 

Advertisment

ଅଧିକ ପଢନ୍ତୁ .... ଧଉଳି ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା;ନିଜ ଆଡୁ ମାମଲା ରୁଜୁ କଲେ ମହିଳା କମିସନ

ବିଶ୍ୱସନୀୟତା ହରାଉଛି ସରକାର। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ? ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି ।

ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ। ସୂଚନାଯୋଗ୍ୟ, ଧଉଳି  ବୁଲିବାକୁ ଯାଇଥିବା‌ ଜଣେ ନାବାଳିକାଙ୍କୁ ଦୟା ନଦୀପଠାକୁ ଟେକି ନେଇ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ କେତେକ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଛନ୍ତି। ମାଡ଼ ମାରି ତାଙ୍କଠାରୁ ସୁନାଚେନ୍ ଓ ଟଙ୍କା ଲୁଟିନେଇଛନ୍ତି ।

ଏହାସହିତ ତାଙ୍କ ପୁରୁଷ ବନ୍ଧୁଙ୍କୁ ମାଡ଼ମାରି ଦରମରା କରି ଫିଙ୍ଗି ଦେଇଥିଲେ । ଏପରି ଏକ ଲଜ୍ଜାକର ଘଟଣା ୧୦ ତାରିଖରେ ଧଉଳି ଥାନାରୁ ମାତ୍ର ୧ କିଲୋମିଟର ଦୂରରେ ଘଟିଥିଲେ ମଧ୍ୟ ପୁଲିସ ଏନେଇ ଯେପରି ସମ୍ବେଦନଶୀଳ ହେବା କଥା ସେପରି ହୋଇନାହିଁ। ଘଟଣାର ୫ ଦିନ ପରେ ପୁଲିସ କଟକ ବାଙ୍କୀର ବିଭୁ ପ୍ରସାଦ ମିଶ୍ର  ଓ କଟକ ଓଲଟ‌ପୁର ଅଞ୍ଚଳର କାଳନ୍ଦୀ ପାତ୍ର କୁ ଗିରଫ କରିଛି। କିନ୍ତୁ ଅନ୍ୟ ଅଭିଯୁକ୍ତମାନଙ୍କ ପାଖରେ ପୁଲିସ ଏପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ ।  ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବା ବେଳେ ଶାନ୍ତିସ୍ତୂପ ଧଉଳି ନିକଟରେ ଏଭଳି ଜଘନ୍ୟ କାଣ୍ଡ ରାଜଧାନୀରେ ଚର୍ଚ୍ଚାର ବିଷୟ ହୋଇଛି ।  ଅଭିଯୋଗ ଅନୁସାରେ ନାବାଳିକାଜଣକ ଗତ ୧୦ ତାରିଖ ଦିନ ନିଜ ପୁରୁଷବନ୍ଧୁଙ୍କ ସହିତ ଧଉଳି ବୁଲିବାକୁ ଏକ ବାଇକ୍‌ରେ ଯାଇଥିଲେ ।