Photograph: (KANAKNEWS)
କନକ ବ୍ୟୁରୋ : ପ୍ରଥମେ ଆଜିର ତିଥି ଓ ପର୍ବଦିବସ ବିଷୟରେ ଜାଣନ୍ତୁ ଅଦ୍ୟ ପୌଷ କୃଷ୍ଣ ୧୩ଶୀ ରାତ୍ରି ୨:୩୨:୫୭ ଗତେ ୧୪ଶୀ ତିଥି । ତୁଳା ଚନ୍ଦ୍ର ଦିବା ୧୦:୨୬ ଗତେ ବିଛା ଚନ୍ଦ୍ର। ବିଶାଖା ସନ୍ଧ୍ୟା ୫:୧୧:୨୨ ଗତେ ଅନୁରାଧା ନକ୍ଷତ୍ର । ଆଜି ମହାରାଜା ରାମଚନ୍ଦ୍ର ଭଞ୍ଜଦେଓ ଜୟନ୍ତୀ । ଆଜିର ନିଷିଦ୍ଧ ଖାଦ୍ୟ: ବାଇଗଣ ରାତ୍ରି ୦୨:୩୨:୫୭ ଗତେ ବିରି, ତୈଳ ।
..
ମେଷ: ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ। ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ । ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ । ମଧ୍ୟାହ୍ନ ଗତେ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଇଷ୍ଟ ମନନଶୀଳ ହୋଇ ଚଳନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ ।
ଅଧିକ ପଢନ୍ତୁ ... ଏହି ସମୟରେ ଚୋବାଇ ଖାଆନ୍ତୁ ୨ଟି ଲବଙ୍ଗ, ମିଳିବ ଆଶ୍ଚର୍ଯ୍ୟଜନକ ଫାଇଦା
ବୃଷ: ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ। ମଧ୍ୟାହ୍ନ ଗତେ ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ। ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ।
..
ମିଥୁନ: ଦୁଃଖ, ଯାତନା ସହ ମାନସିକ ଉଦ୍ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁ, ସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ମଧ୍ୟାହ୍ନ ଗତେ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ।
..
କର୍କଟ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ। ମଧ୍ୟାହ୍ନ ଗତେ ଦୁଃଖ, ଯାତନା ସହ ମାନସିକ ଉଦ୍ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁ, ସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
..
ସିଂହ: କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ବାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ। ମଧ୍ୟାହ୍ନ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ।
..
କନ୍ୟା: ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ମଧ୍ୟାହ୍ନ ଗତେ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ବାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ।
..
ତୁଳା: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ମଧ୍ୟାହ୍ନ ଗତେ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ସତ୍ଚିନ୍ତା ଓ ସତ୍କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।
..
ବିଛା: ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ମଧ୍ୟାହ୍ନ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ।
..
ଧନୁ: ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ। ମଧ୍ୟାହ୍ନ ଗତେ ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
..
ମକର: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି। ମଧ୍ୟାହ୍ନ ଗତେ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ।
..
କୁମ୍ଭ: ଉଦାସ ଉଦାସ ଲାଗିବ। ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ମଧ୍ୟାହ୍ନ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି।
..
ମୀନ: ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ଗତେ ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ ।
Follow Us