କନକ ବ୍ୟୁରୋ: କଟକ ୪୨ ମୌଜା ଅଞ୍ଚଳରେ ଫୁଟିଲା ଗୁଳି । ଗୁଳିକାଣ୍ଡରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଗତସିଂହପୁର ଜିଲ୍ଲା ବିରାଙ୍ଗ ଅଞ୍ଚଳର ବିକାଶ ମହାନ୍ତି ହୋଇଥିବା ଜଣାପଡ଼ିଛି । ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ପୋଲିସ ଅଭିଯୁକ୍ତକୁ ଅଟକ ରଖିବା ସହ ବନ୍ଧୁକ ଜବତ କରି ତଦନ୍ତ କରୁଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ନିକଟରେ କଟକ ବୈୟାଳିଶ ମୌଜାରେ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଥିଲା । ୪୨ ମୌଜାର ଧୂଳେଶ୍ଵର ଗାଁରେ ଚାଲିଥିଲା ଏହି ବେଆଇନ ବନ୍ଧୁକ ତିଆରି କାରଖାନା । ଶରତ ଚନ୍ଦ୍ର ଯାଦବ ନାମକ ବ୍ୟକ୍ତିଙ୍କ ଘରେ ଦୀର୍ଘ ଦିନ ଚାଲିଥିଲା ଏହି କାରଖାନା । କାରଖାନାରେ ରହିଥିଲା ବନ୍ଧୁକ ତିଆରି ମେସିନ ସହିତ ଅନେକ ଯନ୍ତ୍ରପାତି । ବନ୍ଧୁକ ତିଆରି ପାଇଁ ବିହାରରୁ ଆସୁଥିଲା କଞ୍ଚାମାଲ । ବନ୍ଧୁକ ତିଆରିରେ ଲାଗିଥିଲେ ବିହାରର ଲୋକ । ୩ଜଣ ବିହାରୀ କାରିଗରଙ୍କୁ ଗିରଫ କରିବା ସହ ସହ ୩୦ରୁ ଅଧିକ ବନ୍ଧୁକ ସହିତ ଅନେକ ମେସିନ ଜବତ କରିଥିଲା ଏସଟିଏଫ୍ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/03/16/tvzKKLNXD6lR9gcyzmeF.jpg)