କନକ ବ୍ୟୁରୋ : ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ କରୋନାର ନୂଆ ପ୍ରଜାତି ସଂକ୍ରମଣରେ ୭ ଜଣଙ୍କ ଜୀବନ ଯାଇଛି । କରୋନା ସଂକ୍ରମିତ ରାଜ୍ୟ ମଧ୍ୟରେ ସବୁଠାରୁ ଆଗରେ ରହିଛି କେରଳ । ଏଠାରେ ଏପର୍ଯ୍ୟନ୍ତ ୧୧୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହି ତୁଳନାରେ ଓଡିଶାରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୮ ଜଣ ।  ଏହାସହ ଦେଶରେ ଏପର୍ଯ୍ୟନ୍ତ ମୋଟ ୨୭୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରୁ ସର୍ବାଧିକ ବୟସ୍କ ଲୋକ ବୋଲି ଜଣାପଡିଛି ।  ସାରା ଦେଶରେ ୨୬ ତାରିଖ ସୁଦ୍ଧା ୧୦୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦ ତାରିଖ ସୁଦ୍ଧା ଏହି ସଂଖ୍ୟା ବୃଦ୍ଧି ପାଇ ୧୭୧୦ ରେ ପହଂଚିଛି । ସିକ୍କିମରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନଥିବା ବେଳେ ବିହାରରୁ ସଂକ୍ରମିତଙ୍କ ଡାଟା ଆସିନାହିଁ ।  

Advertisment

ଦିଲ୍ଲୀ, ଗୁଜରାଟ, କର୍ଣ୍ଣାଟକ, ପଞ୍ଜାବ, ତାମିଲନାଡୁରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ୨ ଜଣ ପଞ୍ଜାବରେ ଜଣେ ବ୍ୟକ୍ତି କରୋନା ଭୂତାଣୁ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି ।