କନକ ବ୍ୟୁରୋ : ରାଜ୍ୟରେ ପ୍ରଥମଥର ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ହେବ ବୁଲା କୁକୁର ଗଣନା । ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ । ଏଥିପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ୟ୍ୟାୟ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଭୋର ୫ଟାରୁ ସକାଳ ୭ଟା ଯାଏଁ ଏହି କୁକୁର ଗଣନା ଚାଲିବ । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସ୍ଏମଟିଏ, ଡିଇଓ, ସିଓ, ଓ୍ୱାର୍ଡ ଅଫିସର ପ୍ରମୁଖ ଏହି କାର୍ଯ୍ୟ ସଂପାଦନ କରିବେ । ଏକକାଳୀନ ୪୧୦ଟି ଟିମ୍ ଭୁବନେଶ୍ୱରର ବିଭିନ୍ନ ଗଳିକନ୍ଦିରେ କୁକୁର ଗଣନା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏହି କୁକୁର ଗଣନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି-

Advertisment

•    କୁକୁର କାମୁଡ଼ା ହ୍ରାସ କରିବା
•    ରୋଗ ସଂକ୍ରମଣ (ଯଥା-ରାବିସ୍, ଲେପ୍ଟୋସ୍ପାଇରୋସିସ୍) ରୋକିବା 
•    ଭୁକିବା 
•    ପିଛା କରିବା ବା ପଛରେ ଗୋଡ଼ାଇବା  
•    ସଡ଼କ ଦୁର୍ଘଟଣା
•    ପରିବେଶ ପ୍ରଦୂଷଣ
•    ବି. ଏମ୍. ସି. ଅଞ୍ଚଳରେ କୁକୁର ସଂଖ୍ୟାର ଘନତ୍ୱକୁ ଜାଣିବା 
•    ଏକ ସ୍ଥାୟୀ କୁକୁର ସଂଖ୍ୟା ପରିଚାଳନା କାର୍ଯ୍ୟକ୍ରମ ବିକଶିତ କରିବା 
•    ମଣିଷ ଏବଂ ମୁକ୍ତ ଭାବରେ ବୁଲୁଥିବା କୁକୁରମାନଙ୍କ ମଧ୍ୟରେ ସଂଘର୍ଷ ହ୍ରାସ କରିବା 
•    ବୁଲା କୁକୁରମାନଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣରେ ଉନ୍ନତି ଆଣିବା 
•    ଏକ ଦକ୍ଷ ଏବଂ ପ୍ରଭାବଶାଳୀ କୁକୁର ବନ୍ଧ୍ୟାକରଣ କାର୍ଯ୍ୟକ୍ରମର ପ୍ରବର୍ତ୍ତନ କରିବା