କନକ ବ୍ୟୁରୋ: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା । ବନ୍ୟା ବିପନ୍ନଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଚଳିତ ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଗତ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ସହ କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ୱର ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ପାଇଁ ସହାୟତା ଘୋଷଣା କରାଯାଇଛି । 

Advertisment

ବାସଗୃହ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ୧ ଲକ୍ଷ ୨୦  ହଜାର ଟଙ୍କା ସହାୟତା । ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲେ ୬ ହଜାର ୫୦୦  ଟଙ୍କା । ଆଂଶିକ କ୍ଷତିଗ୍ରସ୍ତ କଚ୍ଚାଘର ପାଇଁ ୪୦୦୦  ଟଙ୍କା, ଭାଙ୍ଗିଯାଇଥିବା କୁଡିଆ ଘର ପିଛା ୮୦୦୦  ଟଙ୍କା ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦  ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।

ସେହିପରି ୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦  ଟଙ୍କା ଓ ବାସନ କୁସନ ପାଇଁ ୨୫୦୦  ଟଙ୍କା ଆର୍ଥିକ ସହାୟତାରାଶି ଯୋଗାଇ ଦିଆଯିବ । ଚାଷୀଙ୍କ କ୍ଷୟକ୍ଷତିର ଭରଣା ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି । ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮ ହଜାର ୫୦୦  ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଦିଆଯିବ । ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦  ଟଙ୍କା ଆର୍ଥିକ ସହାୟତାରାଶି ପ୍ରଦାନ କରାଯିବ । ଏହି ସହାୟତା  ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇଦିଆଯିବ । ସେହିପରି ମତ୍ସ୍ୟଜୀବିମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦  ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦  ଟଙ୍କା, ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦  ଟଙ୍କା, ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦   ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା - ୧୦,୦୦୦  ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । 
 

କାହାକୁ ମିଳିବ କେତେ ସହାୟତା ରାଶି?


ବାସଗୃହ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା ସହାୟତା
ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲେ ୬ ହଜାର ୫୦୦ ଟଙ୍କା ସହାୟତା ମିଳିନି
ଆଂଶିକ କ୍ଷତିଗ୍ରସ୍ତ କଚ୍ଚାଘର ପାଇଁ ୪୦୦୦ ଟଙ୍କା ମିଳିବ
ଭାଙ୍ଗିଯାଇଥିବା କୁଡିଆ ଘର ପିଛା ୮୦୦୦ ଟଙ୍କା ମିଳିବ
ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦ ଟଙ୍କା ପ୍ରଦାନ କରାଯିବ
୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ ଟଙ୍କା
ବାସନ କୁସନ ପାଇଁ ୨୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ମିଳିବ
ଚାଷୀଙ୍କ କ୍ଷୟକ୍ଷତିର ଭରଣା ପାଇଁ ମଧ୍ୟ ସହାୟତା ରାଶି ଘୋଷଣା
ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮ ହଜାର ୫୦୦ ଟଙ୍କା
ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଦିଆଯିବ 
ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ପ୍ରଦାନ କରାଯିବ
 ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇଦିଆଯିବ 
ମତ୍ସ୍ୟଜୀବିମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦ ଟଙ୍କା,
ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦ ଟଙ୍କା ମିଳିବ
ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦ ଟଙ୍କା
ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦   ଟଙ୍କା 
ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା - ୧୦,୦୦୦ ଟଙ୍କା