କନକ ବ୍ୟୁରୋ: ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ସୂଚନା ମୁତାବକ, ଆତ୍ମହତ୍ୟା ଉଦ୍ୟମ କରିବା ଆଗରୁ ସମ୍ପୃକ୍ତ ଛାତ୍ରୀ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କ ନିକଟରେ ଅଭିଯୋଗ କରିଥିଲେ । ହେଲେ କଲେଜ ଅଧ୍ୟକ୍ଷ ସମ୍ପୃକ୍ତ ଛାତ୍ରୀଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲେ । ଆଉ ଅଧ୍ୟକ୍ଷ ରୁମରୁ ବାହାରି ନିଜ ଦେହରେ ନିଆଁ ଲଗାଇଦେଇଥିଲେ ସମ୍ପୃକ୍ତ ଛାତ୍ରୀ । ଅଭିଯୋଗ ପରେ ପୁଲିସ ଉପସ୍ଥିତିରେ ପଚରାଉଚରା ବି କରାଯାଇଥିଲା । ତେବେ ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ କଲେଜ ଅଧ୍ୟକ୍ଷଙ୍କୁ ସସପେଣ୍ଡ କରାଯାଇଥିଲା ବେଳେ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରାଯାଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/07/15/fm-college-student-died-2025-07-15-01-23-29.jpg)