କନକ ବ୍ୟୁରୋ : ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଓ ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ୧୯୮୦, ୧୯୮୫ ଓ ୧୯୯୫ରେ ତିନିଥର ଖଣ୍ଡପଡ଼ା ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।   ବୁଧବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସେ ବିଶେଷ କରି କଂଗ୍ରେସ ପାର୍ଟି ସହ ଜଡିତ ଥିଲେ ।