ଶେଷ ଯାତ୍ରାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ : ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ

Advertisment

ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

Updated On

ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଅଦ୍ୟତନ ହୋଇଛି
debendra

Photograph: (KanakNews )

କନକବ୍ୟୁରୋ : ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ।  ସୋମବାର ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା  ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା  ।  ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପହଂଚିଥିଲେ। ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା ।

ଏବେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବରସ୍ଥିତ ବାସଭବନରେ ରଖାଯାଇଛି ।   ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି ।   ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ , ସମ୍ବାଦ ଓ କନକ ନ୍ୟୁଜର ସମ୍ପାଦିକା ତନୟା ପଟ୍ଟନାୟକ ବି ଦେବେନ୍ଦ୍ର ପ୍ରଧାନଙ୍କ ଶେଷଦର୍ଶନ କରିଛନ୍ତି । 

ଆଜି ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ହେବ । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ ।  ଅଟଳ ବିହାରୀ ବାଜପୈୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe