କନକବ୍ୟୁରୋ : ଆହୁରି ଚାରି ଦିନ ରାଜ୍ୟରେ ଲାଗି ରହିବ ବର୍ଷା । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ୧୬ ରୁ ୨୦ ଜୁନ୍ ୨୦୨୫ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ମଧ୍ୟ ରହିଛି ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଏବଂ ବର୍ତ୍ତମାନ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି । ୨୪ଘଣ୍ଟା ପାଇଁ ଓଡ଼ିଶାର ଜଗତସିଂହପୁର, କଟକ, ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଓ ଝଟକା ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଏଥିସହ ୧୭ଜୁନ ପାଇଁ ଅରେଞ୍ଜ ଆଲର୍ଟ ମଧ୍ୟ କରାଯାଇଛି । ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ଏବଂ ସୁନ୍ଦରଗଡ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଓ ଝଟକା ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।