କନକବ୍ୟୁରୋ : ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହସ୍ତାନ୍ତର କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ମୟୂରଭଞ୍ଜର ବାରିପଦାଠାରେ ପ୍ରଦାନ କରଯାଇଥିଲା ।
ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟାୟ ସୁଭଦ୍ରା ପାଇଁ ଆବେଦନ କରିହେବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/11/25/HqxcsRwl6PnGFqn5I3fC.jpg)