କାଲିଠୁ ସଂସଦର ମୌସୁମୀ ଅଧିବେଶନ ; ଏକାଧିକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିପାରନ୍ତି ବିରୋଧୀ

ଆସନ୍ତାକାଲିଠୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ । ପହଲଗାମ୍ ଆତଙ୍କୀ ଆକ୍ରମଣ, ଅପରେସନ ସିନ୍ଦୂର ସହ ବିଭିନ୍ନ ପ୍ରସଙ୍ଗ ଉଠାଇବେ ବିରୋଧୀ । ଉଭୟ ଗୃହ ସୁରୁଖୁରରେ ଚଳାଇବାକୁ ସରକାର ଡାକିଲେ ସର୍ବଦଳୀୟ ବୈଠକ । ସଂସଦ ଭବନ ସୁରକ୍ଷା ପାଇଁ ହେଲା ମକ୍ ଡ୍ରିଲ୍ ।

2-2

କନକ ବ୍ୟୁରୋ: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ସୁଚାରୁ ରୂପେ ସଂସଦର ଉଭୟ ଗୃହ ଚଳାଇବା ପାଇଁ ଆଜି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ୍ ରିଜିଜୁଙ୍କ ସମେତ ବିଭିନ୍ନ ସହ ଦଳର ନେତା ଉପସ୍ଥିତ ରହିଛନ୍ତି ।  ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଓ ‘ଅପରେସନ ସିନ୍ଦୂର’ ପରେ ଏହା ସଂସଦର ପ୍ରଥମ ଅଧିବେଶନ ହେବ । ବିରୋଧୀ ଦଳଗୁଡ଼ିକ, ବିଶେଷ କରି କଂଗ୍ରେସ ଓ ଇଣ୍ଡିଆ ଗଠବନ୍ଧନ ଏହି ଅଧିବେଶନରେ ଅପରେସନ ସିନ୍ଦୂର ଓ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ମଧ୍ୟସ୍ଥତା ଦାବି ଉପରେ ସରକାରଙ୍କୁ ପ୍ରଶ୍ନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଚଳିତଥର ସଂସଦରେ  ଆୟକର ବିଲ୍-୨୦୨୫ ସମେତ ଅନ୍ୟ ଗୁରୁତ୍ବପୂର୍ଣ୍ଣ ବିଲ୍ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ଅଧିବେଶନରେ ମୋଟ୍ ୨୧ଟି ବୈଠକ କାର୍ଯ୍ୟ ଦିବସ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe