କନକବ୍ୟୁରୋ : କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯାଇଛି  ।  ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିବ ଇଓଡବ୍ଲୁ  ।  ବେଶ କିଛି ବର୍ଷ ଧରି ବିଜେଡି ଛତ୍ରଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର  । 

Advertisment

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା  ।  ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ  ।  ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ ।  ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ବତନ୍ତ୍ର ଶାଖା ଇଓଡବ୍ଲୁ । 

ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ରାଜା ଚକ୍ର  ।  ୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି  । ପାରିପାର୍ଶ୍ବିକ ବିକାଶ ପାଇଁ ୩୪ କୋଟି ଖର୍ଚ୍ଚ ହୋଇଥିବା ଦେଖାଇଛନ୍ତି ରାଜା  ।  କିନ୍ତୁ କୌଣସି ପାରିପାର୍ଶ୍ବିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି  ।  ସହାୟତା ନାଁରେ ୪ ବର୍ଷରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି ୩୩ କୋଟି ଟଙ୍କା  ।  
---