ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି ମାମଲା : ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର ।

Advertisment

କୋର୍ଟରେ ହାଜର ହେବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର

କୋର୍ଟରେ ହାଜର ହେବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର

raja chakra

Photograph: (KanakNews )

କନକବ୍ୟୁରୋ : କୋର୍ଟରେ ହାଜର ହେବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯାଇଥିଲା  ।  ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିଛି  ଇଓଡବ୍ଲୁ । ବେଶ କିଛି ବର୍ଷ ଧରି ବିଜେଡି ଛତ୍ର ଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର  ।  ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା  ।

ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ । ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ । ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ବତନ୍ତ୍ର ଶାଖା ଇଓଡବ୍ଲୁ ।  ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ରାଜା ଚକ୍ର  ।   ୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି ।  ପାରିପାର୍ଶ୍ବିକ ବିକାଶ ପାଇଁ ୩୪ କୋଟି ଖର୍ଚ୍ଚ ହୋଇଥିବା ଦେଖାଇଛନ୍ତି ରାଜା ।  କିନ୍ତୁ କୌଣସି ପାରିପାର୍ଶ୍ବିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି ।  ସହାୟତା ନାଁରେ ୪ ବର୍ଷରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି ୩୩ କୋଟି ଟଙ୍କା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe