କନକବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ ମେଳା ପରେ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ । ଲୋକଙ୍କ ଧାର୍ମିକ ଭାବନାକୁ ସମ୍ମାନ ଦେଇ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ସେବା ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛି । ମହାପ୍ରଭୁ ଜଗନ୍ନାଥଙ୍କ ଏହି ନବ ଦିନାତ୍ମକ ଯାତ୍ରାରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସେ ଆସିଛନ୍ତି ।
ଭୁବନେଶ୍ବରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗୌତମ ଆଦାନୀ
ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ ମେଳା ପରେ ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ ।
/kanak/media/media_files/2025/06/28/goutam-adani-2025-06-28-10-49-33.jpg)