କନକବ୍ୟୁରୋ : ଉକୁଣୀ ପାଇଁ ଚାଲିଗଲା କୁନି ଝିଅର ଜୀବନ। ପରିବାର ଲୋକଙ୍କ ଦାୟିତ୍ବହୀନତା ଯୋଗୁଁ ୧୨ ବର୍ଷିୟା ନାବାଳିକାର ଅକାଳରେ ମୃତ୍ୟୁ ହୋଇଛି । ଘଟଣା ଘଟିଛି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ । ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀର ଛାତ୍ରୀ ଥିଲେ । କିଛି ମାସ ତଳେ ତାଙ୍କ ମୁଣ୍ଡରେ ଉକୁଣୀ ହୋଇଥିଲା। ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ ହୋଇନଥିଲା ।
ଅଧିକ ପଢନ୍ତୁ... ମାଲକାନଗିରିରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ
ମା ସତ୍ୟଭାମା ସାହୁ ଲଣ୍ଡା ହେବାକୁ କହିଥିଲେ। ହେଲେ ଲକ୍ଷ୍ମୀପ୍ରିୟା ରାଜି ହୋଇନଥିଲେ। ଏହାରି ଭିତରେ ଉକୁଣୀଗୁଡ଼ିକ ଖପୁରୀକୁ ଆକ୍ରାନ୍ତ କରିଥିଲେ । ମୁଣ୍ଡ ଗନ୍ଧ ହେବାରୁ ଲକ୍ଷ୍ମୀପ୍ରିୟା ବାହାରକୁ ବାହାରିବା ବନ୍ଦ କରି ଦେଇଥିଲେ । ମୁଣ୍ଡରେ ଚୁଟି ରହୁଥିବାରୁ ପରିବାର ଲୋକ କିଛି ଜାଣି ପାରିନଥିଲେ । ୩ ଦିନ ତଳେ ହଠାତ୍ ତାଙ୍କର ରକ୍ତବାନ୍ତି ହୋଇଥିଲା । ପରିବାର ଲୋକେ ଲକ୍ଷ୍ମୀପ୍ରିୟାକୁ ପୁରୀ ମେଡିକାଲକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଲକ୍ଷ୍ମୀପ୍ରିୟାଙ୍କ ହୋଇଛି। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ସ୍ଥାନୀୟ ସ୍ବେଚ୍ଛାସେବୀ। ବାପାମାଆଙ୍କ ଦାୟିତ୍ବହୀନତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/09/girls-2026-02-09-10-21-50.jpg)